ମୁନିଗୁଡ଼ା (ନନ୍ଦକିଶୋର ପଟ୍ଟନାୟକ): ରାସ୍ତାରୁ ଖସି ଗଛରେ ପିଟି ହେଲା ଟାଟା ମ୍ୟାଜିକ୍। ଫଳରେ ଡ୍ରାଇଭରଙ୍କୁ ମିଶାଇ ମୋଟ ୧୨ ଜଣ ଆହତ ହୋଇଛନ୍ତି। ତେବେ ଡ୍ରାଇଭର ଓ ଅନ୍ୟ ଜଣେ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି।
ଘଟଣାଟି ଘଟିଛି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ଧୋବାଗୁଡ଼ାରେ। ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଟାଟା ମ୍ୟାଜିକ୍ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ପିଟି ଦେଇଥିଲା।
ସମସ୍ତ ଆହତ ରାଖ୍କୋଲା ଗାଁର। ସେମାନେ ଗାଁକୁ ଫେରୁଥିଲେ। ବିଷମକଟକ ବ୍ଲକ୍ରେ ଏହି ଗାଁ ଅଛି। ଏମାନେ ସମସ୍ତେ କୌଣସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିକୁ ଯାଇଥିଲେ।
ଡ୍ରାଇଭର ଓ ଅନ୍ୟ ଜଣେ ଗୁରୁତର ଯାତ୍ରୀଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟମାନଙ୍କୁ ମୁନିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି।
ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତ ଲୋକଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।