ଟ୍ରେନ୍‌ରେ ଫେରିଲେ ୧୨ ଶହ ପ୍ରବାସୀ ଓଡ଼ିଆ

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଓଡ଼ିଶା ଫେରିଲେ ଆଉ ୧୨ ଶହ ପ୍ରବାସୀ ଓଡ଼ିଆ। କେରଳ ଏର୍ଣ୍ଣାକୁଲମ୍‌ରୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ସେମାନେ ବ୍ରହ୍ମପୁର ଉପକଣ୍ଠ ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚିଲେ। ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି । ପରେ ପ୍ରାୟ ୩୦ଟି ସ୍ୱତନ୍ତ୍ର ବସ୍ ଯୋଗେ ସେମାନଙ୍କୁ ନିଜ ନିଜ ଅଞ୍ଚଳକୁ ପଠାଯାଇଛି। ନିଜ ନିଜ ଅଞ୍ଚଳରେ ପହଞ୍ଚିବା ପରେ ସମସ୍ତଙ୍କୁ କ୍ୱାରେଣ୍ଟାଇନ୍‌‌ରେ ରଖାଯିବା ପାଇଁ ବ୍ୟବସ୍ଥା କରାଯାଇଛି […]

barhampur-1-1

Niharika Rout
  • Published: Monday, 04 May 2020
  • , Updated: 04 May 2020, 11:07 AM IST

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଓଡ଼ିଶା ଫେରିଲେ ଆଉ ୧୨ ଶହ ପ୍ରବାସୀ ଓଡ଼ିଆ। କେରଳ ଏର୍ଣ୍ଣାକୁଲମ୍‌ରୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ସେମାନେ ବ୍ରହ୍ମପୁର ଉପକଣ୍ଠ ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚିଲେ। ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି ।

ପରେ ପ୍ରାୟ ୩୦ଟି ସ୍ୱତନ୍ତ୍ର ବସ୍ ଯୋଗେ ସେମାନଙ୍କୁ ନିଜ ନିଜ ଅଞ୍ଚଳକୁ ପଠାଯାଇଛି। ନିଜ ନିଜ ଅଞ୍ଚଳରେ ପହଞ୍ଚିବା ପରେ ସମସ୍ତଙ୍କୁ କ୍ୱାରେଣ୍ଟାଇନ୍‌‌ରେ ରଖାଯିବା ପାଇଁ ବ୍ୟବସ୍ଥା କରାଯାଇଛି । ତେବେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆହୁରି ୨ଟି ଟ୍ରେନ୍ ସୁରତରୁ ଆସୁଥିବା ସୂଚନା ମିଳିଛି । ଲକ୍‌ଡାଉନ୍‌ ଯୋଗୁଁ ଲକ୍ଷ ଲକ୍ଷ ଓଡ଼ିଆ ରାଜ୍ୟ ବାହାରେ ଫସି ରହିଛନ୍ତି।  ସେମାନଙ୍କୁ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି ।

Related story