୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଫେରିଲା ୧୨୫ କୋଟି ଟଙ୍କା

ଭବନେଶ୍ୱର (ଓଡ଼ିଶା ରିପୋର୍ଟର): ମିଶନ ଶକ୍ତି ଗ୍ରୁପ୍‌ଙ୍କ ବ୍ୟାଙ୍କ ଖାତାକୁ ଫେରିଲା ୧୨୫ କୋଟି ଟଙ୍କାର ସୁଧ। ରାଜ୍ୟରେ ଥିବା ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ଟଙ୍କା ଫରିଛି। ୨୦୨୨ ଅପ୍ରେଲରୁ ସେପ୍ଟେମ୍ବର ମଧ୍ୟରେ ମହିଳାମାନେ ଯେଉଁ ଋଣ ନେଇଛନ୍ତି, ସେହି ଋଣର ସୁଧ ପରିମାଣ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ସୁଧ ଫେରସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ମାଆମାନେ ଘରର ଚାରି କାନ୍ଥରୁ ବାହାରି […]

Shakti

  • Published: Monday, 09 January 2023
  • , Updated: 09 January 2023, 06:29 PM IST

ଭବନେଶ୍ୱର (ଓଡ଼ିଶା ରିପୋର୍ଟର): ମିଶନ ଶକ୍ତି ଗ୍ରୁପ୍‌ଙ୍କ ବ୍ୟାଙ୍କ ଖାତାକୁ ଫେରିଲା ୧୨୫ କୋଟି ଟଙ୍କାର ସୁଧ। ରାଜ୍ୟରେ ଥିବା ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ଟଙ୍କା ଫରିଛି। ୨୦୨୨ ଅପ୍ରେଲରୁ ସେପ୍ଟେମ୍ବର ମଧ୍ୟରେ ମହିଳାମାନେ ଯେଉଁ ଋଣ ନେଇଛନ୍ତି, ସେହି ଋଣର ସୁଧ ପରିମାଣ ପ୍ରଦାନ କରିଛନ୍ତି ରାଜ୍ୟ ସରକାର।

ସୁଧ ଫେରସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ମାଆମାନେ ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟଠାରୁ ଆରମ୍ଭ କରି ବିକାଶର ବିଭିନ୍ନ କ୍ଷେତ୍ରରେ ନିଜକୁ ନିୟୋଜିତ କରୁଛନ୍ତି। ଆଗାମୀ ଦିନରେ ମାଆମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମିଶନ ଶକ୍ତି ଗ୍ରୁପ୍‌ ଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ମାଆମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ଚାହେଁ। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ହୋଇଛି। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି, ତାହା ମାଆମାନଙ୍କ ପାଇଁ ବହୁତ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ସେ କହିଛନ୍ତି।

ସ୍ୱାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର ସୁଜାତା କାର୍ତ୍ତିକେୟନ କହିଛନ୍ତି, ଆଗରୁ ସୁଧ ରିହାତି ପାଇବା ପାଇଁ ମାଆମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ। ଏବେ ସେ ଅବସ୍ଥା ଆଉ ନାହିଁ। ୫-ଟିରେ ଟେକ୍ଲୋଲୋଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମାଆମାନଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି।  ମାଆମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ। ମାଆମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା – ଫେଶନ ଡିଜାଇନ,  କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ମାଆମାନେ ଏବେ ବ୍ୟବସାୟ କରି ନିଜର ପରିଚୟ ନେଇ ଆଗକୁ ବଢିବେ ବୋଲି ସେ କହିଛନ୍ତି।

Related story