Advertisment

ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଡେଇଁଲା, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମହାମାରୀ କରୋନାର ପ୍ରକୋପ ଥମିବାର ନାଁ ଧରୁନି। ଲକଡାଉନ ଓ ଶଟଡାଉନ ସତ୍ତ୍ୱେ କ୍ରମାଗତ ଭାବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାର ଡେଇଁଛି। ଗତ ୨୪ ଘଣ୍ଟାରେ ୧୨,୫୨୩ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଗତକାଲି ଏହି ସଂଖ୍ୟା ୧୧,୪୯୮ ରହିଥିଲା। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ […]

author-image
Hemant Lenka
ଅଦ୍ୟତନ ହୋଇଛି
ରାଜ୍ୟରେ କରୋନାରେ ଗଲା ଆଉ ୨୫ ଜୀବନ, ୨୪ ଶହ ଅତିକ୍ରମ କଲା ମୃତ୍ୟୁ ସଂଖ୍ୟା

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମହାମାରୀ କରୋନାର ପ୍ରକୋପ ଥମିବାର ନାଁ ଧରୁନି। ଲକଡାଉନ ଓ ଶଟଡାଉନ ସତ୍ତ୍ୱେ କ୍ରମାଗତ ଭାବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାର ଡେଇଁଛି।

Advertisment

ଗତ ୨୪ ଘଣ୍ଟାରେ ୧୨,୫୨୩ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଗତକାଲି ଏହି ସଂଖ୍ୟା ୧୧,୪୯୮ ରହିଥିଲା। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୫୧୧ ଜଣ ହେଉଛି ଲୋକାଲ୍ କେସ୍‌।

ଏଯାଏ ଓଡ଼ିଶାରେ ୬,୬୮,୪୨୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆକ୍ଟିଭ କେସ୍‌ ସଂଖ୍ୟା ୧,୦୯,୪୩୮ ରହିଛି।

Advertisment

ସବୁଦିନ ଭଳି ଆଜି ମଧ୍ୟ ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨୪ ଘଣ୍ଟା ମଧ୍ୟରେ ୧୮୪୨ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଗତକାଲି ଏଠାରୁ ୧୪୯୭ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଖୋର୍ଦ୍ଧା ପଛକୁ କଟକରୁ ୧୦୮୪, ଅନୁଗୋଳରୁ ୯୩୦ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱରଜିଲ୍ଲାରୁ ୫୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧୫, ଭଦ୍ରକରୁ ୧୭୭, ବଲାଙ୍ଗିରରୁ ୨୯୬, ବୌଦ୍ଧରୁ ୩୬୫, ଦେବଗଡ଼ରୁ ୧୦୬, ଢେଙ୍କାନାଳରୁ ୧୩୨, ଗଜପତିରୁ ୫୩, ଗଞ୍ଜାମରୁ ୩୬୯, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩, କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫, କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୫୪୬, ନବରଙ୍ଗପୁରରୁ ୩୮୩, ନୟାଗଡ଼ରୁ ୩୧୫, ନୂଆପଡ଼ାରୁ ୧୨୯, ପୁରୀରୁ ୫୬୮, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦ ଓ ସୋନପୁର ଜିଲ୍ଲାରୁ ୨୦୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୨୪ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି।

Corona Cases In Odisha