ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୬ଟି କେସ୍ ଲୋକାଲ୍ ବୋଲି ଜଣାପଡ଼ିଛି।
ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ଓ ସାଲିଆସାହିରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି। ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୮୧କୁ ଛୁଇଁଛି। ୮୧ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨୭ ଜଣ ଚିକିତ୍ସାଧୀନ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪୮୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।