ଏହି ସବୁ ଜିଲ୍ଲାରେ ହେବ ବର୍ଷା, ଦିନ ୧୨ଟା ୧୫ ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ। ସୂଚନାଯୋଗ୍ୟ, ରାଜ୍ୟରେ […]

tree

tree

Jitendra Garnayak
  • Published: Monday, 03 June 2019
  • Updated: 03 June 2019, 11:12 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ।

ସୂଚନାଯୋଗ୍ୟ, ରାଜ୍ୟରେ ଏଯାଏ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପ୍ରତିଦିନ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେଉଛି। ଗତକାଲି ଉପକୂଳ ଜିଲ୍ଲାଗୁଡ଼ିକରେ ଟିକେ କମ୍ ଖରା ହୋଇଥିବା ବେଳେ ପଶ୍ଚିମ ଓଡ଼ିଶାରେ କିନ୍ତୁ ସମାନ ଅବସ୍ଥା ଜାରି ରହିଛି। ଗତକାଲି ପଶ୍ଚିମ ଓଡ଼ିଶାର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ରେ ସର୍ବାଧିକ ୪୩.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos