ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୧୩ଜଣ ବରିଷ୍ଠ ଓଏଏସ୍ ଅଫିସର ଆଜି ବିଧିବଦ୍ଧ ଭାବେ ଆଇଏଏସ୍ ପାହ୍ୟାକୁ ଉନ୍ନୀତି ହୋଇଛନ୍ତି । ଏନେଇ ଆଜି କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ତେବେ ଏହି ଅଫିସରମାନଙ୍କ ନିଯୁକ୍ତି ଓଡ଼ିଶା ହାଇକୋର୍ଟରେ ସଞ୍ଜିତା ଦାସଙ୍କ ଦ୍ୱାରା ୨୦୨୧ ମସିହାରେ ଦାଏର ମାମଲାର ରାୟ ଅନୁରୂପ ହେବ ବୋଲି କାର୍ମିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି।
ଆଜି କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ତୁଷାରକାନ୍ତ ମହାନ୍ତି, ସରୋଜ କୁମାର ସାମଲ, ମନୋଜ କୁମାର ମହାନ୍ତି, ସରୋଜ କୁମାର ସେଠୀ, ଅବନୀକାନ୍ତ ପଟ୍ଟନାୟକ, ସଂଗ୍ରାମ କେଶରୀ ମହାପାତ୍ର, ରାଜଶ୍ରୀ ମହାନ୍ତି, ଡଃ ଗଣେଶ୍ୱର ଜେନା, ଦେବେନ କୁମାର ପ୍ରଧାନ, ତ୍ରିଲୋଚନ ମାଝୀ, ଶକୁନ୍ତଳା ବିନ୍ଧାଣୀ, ଲକ୍ଷ୍ମୀକାନ୍ତ ପ୍ୟାରେଲାଲ ପ୍ରଧାନ ଓ ବିଜୟ କୁମାର ଦାଶଙ୍କୁ ଆଇଏଏସ୍ ପାହ୍ୟାକୁ ଉନ୍ନୀତ କରାଯାଇଛି । ସେମାନେ ଓଡ଼ିଶା କ୍ୟାଡ଼ରର ୨୦୨୧ ବ୍ୟାଚ୍ ଆଇଏଏସ୍ ଭାବେ ବିବେଚିତ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।