ପିକ୍‌ଅପ୍‌ ଭ୍ୟାନ ଓଲଟି ୧୩ ଆହତ

ମାଲକାନଗିରି(ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡା ଘାଟିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡ଼ିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଖଇରପୁଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଅନୁସାରେ, ପିକ୍‌ଅପ୍‌ ଭ୍ୟାନଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଅଣ୍ଡ୍ରହଲରୁ ମୁଦୁଲିପଡା ଅଭିମୁଖେ ଯାଉଥିଲେ। ଏହି ସମୟରେ ବଣ୍ଡା ଘାଟିରେ ଗାଡ଼ିଟି ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। […]

Malkangiri

Tapaswini Nayak
  • Published: Wednesday, 30 March 2022
  • , Updated: 30 March 2022, 03:34 PM IST

ମାଲକାନଗିରି(ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡା ଘାଟିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡ଼ିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଖଇରପୁଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଅନୁସାରେ, ପିକ୍‌ଅପ୍‌ ଭ୍ୟାନଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଅଣ୍ଡ୍ରହଲରୁ ମୁଦୁଲିପଡା ଅଭିମୁଖେ ଯାଉଥିଲେ। ଏହି ସମୟରେ ବଣ୍ଡା ଘାଟିରେ ଗାଡ଼ିଟି ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।  ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Related story