ରାଜ୍ୟର ୨୮ ଜିଲ୍ଲାରୁ ଚିହ୍ନଟ ହେଲେ ୧୩୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୫୨୨ଟି ହେଉଛି ଲୋକାଲ୍ କେସ୍‌। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୬,  ସୁନ୍ଦରଗଡ଼ରୁ ୮୩, କେନ୍ଦୁଝରରୁ ୮୦, ଗଜପତିରୁ ୭୫, ପୁରୀରୁ ୭୩ ଓ ସମ୍ବଲପୁରରୁ ୭୨ […]

corona--v-9-1

Niharika Rout
  • Published: Wednesday, 05 August 2020
  • , Updated: 05 August 2020, 11:14 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୫୨୨ଟି ହେଉଛି ଲୋକାଲ୍ କେସ୍‌।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୬,  ସୁନ୍ଦରଗଡ଼ରୁ ୮୩, କେନ୍ଦୁଝରରୁ ୮୦, ଗଜପତିରୁ ୭୫, ପୁରୀରୁ ୭୩ ଓ ସମ୍ବଲପୁରରୁ ୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୪, ୪୮୨ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ଏବେ ୧୪,୨୬୭ଟି ଆକ୍ଟିଭ କେସ୍‌ ରହିଛି।

Related story