ରାଜ୍ୟରେ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୩୫୫

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଗତ ୨୪ ଘଣ୍ଟାରେ ୧୩୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ କରୋନାରେ ରାଜ୍ୟରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ୧୩୭୪ ଜଣଙ୍କ ମଧ୍ୟରୁ ୮୧୨ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୬୨ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ […]

Awareness pictures to wear mask

Awareness pictures to wear mask

Jitendra Garnayak
  • Published: Saturday, 10 April 2021
  • Updated: 10 April 2021, 01:33 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଗତ ୨୪ ଘଣ୍ଟାରେ ୧୩୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ କରୋନାରେ ରାଜ୍ୟରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି।

୧୩୭୪ ଜଣଙ୍କ ମଧ୍ୟରୁ ୮୧୨ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୬୨ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୩ ଓ ନୂଆପଡ଼ା ଜିଲ୍ଲାରୁ ୧୩୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭, ବରଗଡ଼ରୁ ୫୯, ଭଦ୍ରକରୁ ୩୦, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳ ୫, ଗଜପତିରୁ ୮, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୯, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୫୨, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୨୪, କୋରାପୁଟରୁ ୮, ମୟୂରଭଞ୍ଜରୁ ୨୬, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୧୩, ପୁରୀରୁ ୪୪, ରାୟଗଡ଼ାରୁ ୪୭, ସମ୍ବଲପୁରରୁ ୭୭ ଓ ସୋନପୁରରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

୧୩୭୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୮,୧୮୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୯,୨୦୦ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୭୦୦୩ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ଆଉ ୨ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି। ବଲାଙ୍ଗୀର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ବଲାଙ୍ଗୀରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩ରେ ପହଞ୍ଚିଥିବା ବେଳେ କେନ୍ଦ୍ରାପଡ଼ାରେ ଏହି ସଂଖ୍ୟା ୨୯ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos