ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବା ବେଳେ ମୃତ୍ୟୁ ଗ୍ରାଫ ମଧ୍ୟ ଉପରମୁହାଁ ରହିଛି। ଗତକାଲି ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଆଜି ରାଜ୍ୟରେ ଏହି ସଂଖ୍ୟା ୧୪ରେ ପହଞ୍ଚିଛି।
୧୪ ମୃତକଙ୍କ ମଧ୍ୟରୁ କୋରାପୁଟ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବାତ ଖୋର୍ଦ୍ଧା ଓ ରାୟଗଡ଼ା ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ ବ୍ୟକ୍ତି ପ୍ରାଣ ହରାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୩କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଓ ବୁଧବାର ରାଜ୍ୟରେ ୧୦ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଏହି ସଂଖ୍ୟା ୧୨ ଛୁଇଁଥିବା ବେଳେ ଆଜି ୧୪ ଛୁଇଁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।