Advertisment

ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା

ପୁରୀ (ଓଡ଼ିଶା ରିପୋର୍ଟର): ଚନ୍ଦ୍ରଭାଗାରେ ଜାରି ହେଲା ୧୪୪ ଧାରା। ମାଘମେଳାରେ ଜନ ସମାଗମରୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି କରାଯାଇଛି। ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ ଘଟିକାଠାରୁ ୧୯ ତାରିଖ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ଓ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ-ଜିଲ୍ଲାପାଳ ଭବତାରଣ […]

ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା

chandrabhaga

Advertisment

ପୁରୀ (ଓଡ଼ିଶା ରିପୋର୍ଟର): ଚନ୍ଦ୍ରଭାଗାରେ ଜାରି ହେଲା ୧୪୪ ଧାରା। ମାଘମେଳାରେ ଜନ ସମାଗମରୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି କରାଯାଇଛି। ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ ଘଟିକାଠାରୁ ୧୯ ତାରିଖ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ଓ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ-ଜିଲ୍ଲାପାଳ ଭବତାରଣ ସାହୁ ୧୪୪ ଧାରା ଜାରି କରିଛନ୍ତି।

Advertisment

ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗତ ୩୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁସାରେ ସର୍ବାଧିକ ୫୦୦ ବ୍ୟକ୍ତିଙ୍କ ଉପସ୍ଥିତିରେ ଠାକୁରଙ୍କ ଯଥାବିଧି ପୂଜାର୍ଚ୍ଚନା ସହ ଚନ୍ଦଭାଗା ବୁଡ଼ ସମ୍ପନ୍ନ ହେବ। ଏଥିରେ ସଂପୃକ୍ତ ସେବାୟତ, ବିମାନ ଯାତ୍ରାରେ ସାମିଲ ସହାୟକ, ସରକାରୀ ଅଧିକାରୀ ଓ କର୍ମଚାରୀ, ସ୍ଥାନୀୟ ସାମ୍ବାଦିକ ସାମିଲ ରହିବେ। ଏଥିରେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି। ଏହି କଟକଣାର ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଆଇନ୍‌ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe