ଯାଜପୁର(ଜନ୍ମେଜୟ ଦାସ): ଟ୍ରକ୍ରେ ଚାଲାଣ ହେଉଥିଲା ୧୫ ଗୋରୁ। ଏହି ଟ୍ରକ୍ ଦୁର୍ଘଟଣା ଘଟିବାରୁ ଚାଲିଯାଇଛି ସମସ୍ତ ଗୋରୁଙ୍କ ଜୀବନ। ଯାଜପୁର ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବ୍ରଜନଗର ନିକଟରେ ଭାରସାମ୍ୟ ହରାଇ ସଂପ୍ରସାରଣ ରାସ୍ତା ତଳକୁ ଖସିଛି ଏହି ଟ୍ରକ୍।
ଦୁର୍ଘଟଣା ଘଟାଇବା ପରେ ଟ୍ରକ୍ ଚାଳକ ଫେରାର ହୋଇଯାଇଛି। ସୂଚନା ମୁତାବକ, ଆଜି ଭୋରୁ ଏହି ଗୋରୁ ବୋଝେଇ ଟ୍ରକ ଭଦ୍ରକରୁ ପାଣିକୋଇଲି ଅଭିମୁଖେ ଯାଉଥିଲା। ବ୍ରଜନଗର ଅଣ୍ଡରପାସ ରାସ୍ତା ନିକଟରେ ଭାରସାମ୍ୟ ହରାଇ ଏହି ଟ୍ରକ୍ ଓଲଟିପଡ଼ିଥିଲା। ଟ୍ରକରେ ଥିବା ଗୋରୁମାନଙ୍କ ମୃତ୍ୟୁକୁ ଦେଖି ସ୍ଥାନୀୟ ଗୋସୁରକ୍ଷା କର୍ମୀ ଓ ଗ୍ରାମବାସୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ତୁରନ୍ତ ଗୋ-ଚାଲାଣକାରୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ।
ଖବର ପାଇ ପାଣିକୋଇଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା। ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।