ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। କର୍ମଜୀବୀ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୧୫ ଲକ୍ଷ ଟଙ୍କାର ଅର୍ଥ ରାଶି ମଞ୍ଜୁର କରାଯାଇଛି। ରାଜ୍ୟ ସରକାର ଏହି ମଂଜୁରି କରିଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଗତ ନଭେମ୍ବର ୫ ତାରିଖରେ ପ୍ରବୀରଙ୍କ ମୃତ୍ୟୁ ଘଟିଥିଲା।
ସୂଚନାଯୋଗ୍ୟ, ଆଇଆଇଏମ୍ସି ଢେଙ୍କାନାଳରୁ ସାମ୍ବାଦିକତା ପାଠ ପଢିଥିବା ପ୍ରବୀର ପୂର୍ବରୁ ବିଭିନ୍ନ ଖବରକାଗଜ ସହ ନ୍ୟୁଜ୍ ଚ୍ୟାନେଲରେ ମଧ୍ୟ କାମ କରିଥିଲେ । ପ୍ରଥମେ ପ୍ରବୀରଙ୍କ ବାପା କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଲା । ଏହାର କିଛି ଦିନ ପରେ ପ୍ରବୀର ଏହି ରୋଗରେ ଶିକାର ହୋଇଥିଲେ। ପ୍ରବୀରଙ୍କ ପତ୍ନୀ ଓ ଛୋଟ ଝିଅ ଅଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।