ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା କନିକା ନିକଟରେ ଗତରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୧୬ ଶ୍ରମିକ ଗୁରୁତର ହୋଇଛନ୍ତି । ରାସ୍ତା ଉପରକୁ ଚାଲି ଆସିଥିବା ଏକ ବାରହାକୁ ରକ୍ଷା କରିବାକୁ ଯାଇ ଦ୍ରୁତ ଗତିରେ ଥିବା ଭ୍ୟାନ୍ଟି ଓଲଟି ପଡ଼ିଥିଲା। ହେଲେ ଭ୍ୟାନ୍ ଧକ୍କାରେ ବାରହାଟିର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ୧୬ ଶ୍ରମିକଙ୍କୁ ନେଇ ପିକ୍ଅପ୍ ଭ୍ୟାନ୍ଟି ହେମଗିରିରୁ କନିକା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ରାସ୍ତା ଉପରକୁ ଚାଲି ଆସିଥିବା ବାରହାକୁ ଧକ୍କା ଦେଇ ଭ୍ୟାନ୍ଟି ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଗାଡ଼ିରେ ଥିବା ୧୬ ଜଣ ଆହତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତଙ୍କୁ ହେମଗିରି ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।