ରାଉରକେଲା(ସତ୍ୟାନନ୍ଦ ମହାନ୍ତି ): ଜେଲ୍ରେ କାୟା ବିସ୍ତାର କରୁଛି କରୋନା । ରାଉରକେଲା ସ୍ୱତନ୍ତ୍ର ଜେଲ୍ର ୧୭ ଜଣ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ ବାହାରିଥିବା ସମସ୍ତ ଅନ୍ତେବାସୀଙ୍କୁ ରାଉରକେଲା କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଜେଲ୍ର ବିଭିନ୍ନ ଓ୍ୱାର୍ଡକୁ ବିଶୋଧନ କରାଯାଉଛି।
ଗୁରୁବାର ଆଣ୍ଟିଜେନ୍ ଟେଷ୍ଟରେ ସୁନ୍ଦରଗଡ଼ ଜିଲ୍ଲାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ସ୍ୱତନ୍ତ୍ର ଜେଲ୍ର ୧୭ ଅନ୍ତେବାସୀ ଅଛନ୍ତି । ସୁନ୍ଦରଗଡ଼ ଜିଲ୍ଲାପାଳ ଟ୍ୱିଟ କରି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଜେଲ୍ରୁ ଏତେ ସଂଖ୍ୟକ ପଜିଟିଭ ବାହାରିବା ଜେଲ୍ କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...