ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ସୁରକ୍ଷିତ ନୁହନ୍ତି ସୂଚନା ଅଧିକାର କର୍ମୀ। ସେମାନଙ୍କ ଉପରେ ଦିନକୁ ଦିନ ଆକ୍ରମଣ ଘଟଣା ବଢ଼ୁଥିବା ବେଳେ ଏହା ଉଦ୍ବେଗଜନକ ସ୍ଥିତିରେ ପହଞ୍ଚିଲାଣି। ଏପରି ସ୍ପର୍ଶକାତର ଘଟଣା ସମ୍ପର୍କରେ ୧୮ ଜଣ ପୂର୍ବତନ IAS ଅଫିସର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଚିଠି ଲେଖିଛନ୍ତି। ପୂର୍ବତନ IAS ଅରୁଣା ରାୟ, ହର୍ଷ ମନ୍ଦର ଓ ଏନ୍. ସି. ସକ୍ସେନାଙ୍କ ସମେତ ୧୮ ଜଣ ପୂର୍ବତନ ଆଇଏଏସ୍ ଅଧିକାରୀ ଏହି ଚିଠି ଲେଖିଛନ୍ତି।
ଚିଠିରେ କେନ୍ଦ୍ରାପଡ଼ାର RTI କର୍ମୀ ରଞ୍ଜନ ଦାସ ଓ କନ୍ଧମାଳର RTI କର୍ମୀ ଅଭିମନ୍ୟୁ ପଣ୍ଡାଙ୍କ ହତ୍ୟା ଅଭିଯୋଗ ଘଟଣା ଉଲ୍ଲେଖ କରାଯାଇଛି। RTI କର୍ମୀଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ ଓଡ଼ିଶାରେ ହ୍ୱିସିଲ୍ବ୍ଲୋୟର୍ସ ପ୍ରୋଟେକସନ୍ ଆକ୍ଟ ଲାଗୁ କରିବାକୁ ଏବଂ ମନରେଗାରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟର ପଦ୍ଧତି ସବୁ ବିଭାଗରେ ଲାଗୁ କରିବାକୁ ଦାବି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।