ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସହରରୁ ଆଜି ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୦୪ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୮୩ ଲୋକାଲ କଣ୍ଟାକ୍ଟ କେସ୍। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ କରିଛନ୍ତି।
https://twitter.com/bmcbbsr/status/1293544480646131713?s=20
ଜୟଦେବ ବିହାରର ଏକ ହୋଟେଲର ୧୮ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨ଟି ଘରୋଇ ହସ୍ପିଟାଲରୁ ୬ ଜଣ ଲେଖାଏଁ ମୋଟ ୧୨ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମଞ୍ଚେଶ୍ୱରରୁ ୫, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୫, ଚନ୍ଦ୍ରଶେଖରପୁରରୁ ଅଲଗା ଅଲଗା ମୋଟ ୧୦ ଜଣ, ଗଙ୍ଗନଗରରୁ ୩, ଲକ୍ଷ୍ମୀସାଗରରୁ ୩ ଓ ସତ୍ୟନଗରରୁ ୩ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୪୩୫୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯୧୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୧୫ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...