ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ଲୋକାଲ କେସ୍ ୨୭ଟି ବୋଲି ଜଣାପଡ଼ିଛି। ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ଜଣ କରୋନା ଯୋଦ୍ଧା ଅଛନ୍ତି।
ସେହିପରି ପୁରୁଷୋତ୍ତମପୁରର ଜଣେ ସୁରତ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ କଣ୍ଟାକ୍ଟ ଟ୍ରେସିଂରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୯୫ ଛୁଇଁଛି। ସେମାନଙ୍କ ମଧ୍ୟରୁ ୮୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭୫ ଜଣ ଚିକିତ୍ସାଧୀନ ଅଛନ୍ତି।
ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪,୪୩୨ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ବି ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୧,୯୦୩ ଜଣ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।