କଟକ(ଓଡ଼ିଶା ରିପୋର୍ଟର): ଆଜି କଟକ ମହାନଗର ଅଞ୍ଚଳରୁ ୧୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୧୮୪ ଜଣଙ୍କ ମଧ୍ୟରୁ ୭୭ ଜଣ ଲୋକାଲ କଣ୍ଟାକ୍ଟ କେସ୍। ଏ ନେଇ କଟକ ମହାନଗର ନିଗମ (ସିଏମ୍ସି) ଟ୍ୱିଟ୍ କରିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ନୂଆବଜାରରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଲ୍ୟାଣୀ ନଗରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
https://twitter.com/CMCCuttack/status/1302238254700273666?s=20
ଆଜି ସୁଦ୍ଧା ସିଏମ୍ସି ଅଞ୍ଚଳରେ ୫୯୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୨୨୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୭୨୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।