ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ କୁମାର ପଣ୍ଡାଙ୍କ ଅମାନତ ହରାଇଥିବାବେଳେ ନୋଟା(ନନ୍ ଅଫ୍ ଦ ଏବଭ)ରେ ମୋଟ ୧୯୮୨ଟି ଭୋଟ୍ ପଡ଼ିଛି। ନୋଟାରେ ପଡ଼ିଥିବା ଭୋଟ୍ ମୋଟ ଭୋଟର ୧.୦୮%। ବିଜେଡି ପ୍ରାର୍ଥୀ ରୀତା ସାହୁ ୯୮ହଜାରରୁ ଅଧିକ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି।
ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ସପକ୍ଷରେ ୧,୩୫,୯୪୯ଟି ଭୋଟ୍ ପଡ଼ିଥିବାବେଳେ ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କ ସପକ୍ଷରେ ୩୭,୯୫୫ଟି, କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କୁ ୫୮୭୧ଟି, ଅଖିଳ ଭାରତ ହିନ୍ଦୁ ମହାସଭା ପ୍ରାର୍ଥୀ ଅଶୋକ କୁମାର ମିତ୍ତଲଙ୍କୁ ୧୨୧୯ଟି, ସ୍ୱାଧୀନ ପ୍ରାର୍ଥୀ ବୃନ୍ଦାବନ ପୁରୋହିତଙ୍କୁ ୧୦୫୩ଟି ଭୋଟ୍ ମିଳିଛି।
ସେହିପରି ପୋଷ୍ଟାଲ ଭୋଟ୍ ବିଜେପି ପ୍ରାର୍ଥୀ ଶ୍ରୀ ଗଡ଼ତିଆଙ୍କ ସପକ୍ଷରେ ସର୍ବାଧିକ ୧୨ଟି ଯାଇଥିବାବେଳେ ବିଜେଡି ପ୍ରାର୍ଥୀ ଶ୍ରୀମତୀ ସାହୁଙ୍କୁ ୮ଟି ଓ କଂଗ୍ରେସ ପ୍ରାର୍ଥୀ ସପକ୍ଷରେ ୨ଟି ପୋଷ୍ଟାଲ ଭୋଟ୍ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର
ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।