ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୩୦ ସୁଦ୍ଧା ଓଡ଼ିଶାରେ ଖଣିଜ ଉତ୍ପାଦନ ଶହେ ମିଲିୟନ୍ ଟନ୍ ହେବ । କେନ୍ଦ୍ର ଇସ୍ପାତ ସଚିବଙ୍କ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ଅସିତ୍ ତ୍ରିପାଠୀ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ କେନ୍ଦ୍ର ଇସ୍ପାତ ସଚିବ ।
ବୈଠକ ପରେ ଉନ୍ନୟନ କମିଶନର କହିଛନ୍ତି ଏବେ ରାଜ୍ୟର ଖଣିଜ ଉତ୍ପାଦନ ୩୩ ମିଲିୟନ୍ ଟନ୍ ରହିଛି । ତେବେ ଶହେ ମିଲିୟନ୍ ଟନ୍ ଲକ୍ଷ୍ୟ ପୂରଣ ପାଇଁ କେନ୍ଦ୍ର, ରାଜ୍ୟ ମିଳିତ ଭାବେ କାମ କରିବେ ।
ଏଥିପାଇଁ ଷ୍ଟିଲ ହବ୍, ଭିତ୍ତିଭୂମି ଓ କ୍ଲଷ୍ଟରର ବିକାଶ, ରେଳ, ସଡ଼କ ଓ ଜଳପଥର ଉନ୍ନତି କରାଯିବା ନେଇ ଷ୍ଟିଲ୍ ସଚିବଙ୍କ ସହ ଆଲୋଚନା ହୋଇଛି । ସେହିପରି ବିଜୁପଟ୍ଟନାୟକ ଷ୍ଟିଲ୍ ଇନଷ୍ଟିଚ୍ୟୁଟ ବିଶ୍ୱବିଦ୍ୟାଳୟ କରାଯିବାକୁ ମଧ୍ୟ ଷ୍ଟିଲ୍ ସଚିବଙ୍କ ପାଖରେ ଦାବି ରଖାଯାଇଥିବା ଉନ୍ନୟନ କମିଶନର ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।