ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱରରେ ପୁଣିଥରେ ଶଟଡାଉନ୍ ଲାଗୁ କରିବା ନିଷ୍ପତ୍ତିକୁ ନେଇ ୨ ବ୍ୟବସାୟିକ ସଂଘ ମୁହାଁମୁହିଁ ହୋଇଛନ୍ତି। ଶଟଡାଉନ୍ ନିଷ୍ପତ୍ତିକୁ ବାଲେଶ୍ୱର ଚାମ୍ବର ଅଫ ଇଣ୍ଡଷ୍ଟ୍ରି ଆଣ୍ଡ୍ କମର୍ସ (BCIC) ସମର୍ଥନ କରିଥିବା ବେଳେ ବିରୋଧ କରିଛି କପଡା ଦୋକାନୀ ସଂଘ । ତେବେ ଏହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ବିବୃତି ପ୍ରକାଶ ପାଇନାହିଁ।
ବାଲେଶ୍ୱର ଚାମ୍ବର ଅଫ ଇଣ୍ଡଷ୍ଟ୍ରି ଆଣ୍ଡ୍ କମର୍ସ (BCIC) ନେତୃତ୍ୱରେ ୧୫ଟି ବ୍ୟବସାୟୀ ସଂଘ ଏକତ୍ରିତ ହୋଇ ଆଜିଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ସନ୍ଧ୍ୟା ୭ଟାରୁ ଦୋକାନବଜାର ବନ୍ଦ କରିବାକୁ ନିଷ୍ପତି ନେଇଥିଲେ। ହେଲେ ଏହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ବିବୃତି ପ୍ରକାଶ ପାଇନାହିଁ। ତେବେ BCICର ଏ ନିଷ୍ପତିକୁ ଖୋଲାଖୋଲି ବିରୋଧ କରିଛି ଟେକ୍ସଟାଇଲ ସଂଘ ।
ଏପରିକି ଯଦିବି ଜିଲ୍ଲା ପ୍ରଶାସନ ବନ୍ଦ ସପକ୍ଷରେ ଯାଆନ୍ତି ତାହେଲେ ମଧ୍ୟ ସେମାନେ ବିରୋଧ କରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।