ସୋର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ସହରରେ ମାତିଛନ୍ତି ଏଟିଏମ୍ ଲୁଟେରା। ଗତକାଲି ବିଲମ୍ବିତ ରାତିରେ ସୋର ଥାନା ଅନ୍ତପୁର ରାସ୍ତା ପାଖର ଛକ ନିକଟରେ ଥିବା ହିଟାଚି ଏଟିଏମ ଓ ବାଗୁଡିରେ ଥିବା ଏକ୍ସିସ୍ ବ୍ୟାଙ୍କର ଏଟିଏମ୍କୁ ତାଡି ଲୁଟି ନେଇଛନ୍ତି ଲୁଟେରା।
ବିଳମ୍ବିତ ରାତିରେ ବାଗୁଡି ଅଞ୍ଚଳରେ ଥିବା ଏକ୍ସିସ୍ ବ୍ୟାଙ୍କ ଏଟିଏମର କିଛି ଅଂଶ ଭାଙ୍ଗି ଲୁଟ୍ ଉଦ୍ୟମ କରୁଥିଲେ। ମାତ୍ର ଉକ୍ତ ସମୟରେ ଏକ ବାହାଘର ପ୍ରୋସେସନ ଆସିବାରୁ ଲୁଟେରାମାନେ ଚମ୍ପଟ ମାରିଥିଲେ ।ଏଟିଏମରୁ ଟଙ୍କା ଲୁଟ ହୋଇଛି କି ନାହିଁ ଜଣାପଡିନାହିଁ ।
ସେହି ଭଳି ପାଖର ଛକ ନିକଟରେ ଥିବା ହିଟାଚି ଏଟିଏମକୁ ଲୁଟେରା ମାନେ ଗ୍ୟାସ୍ କଟରରେ କାଟି ଏଟିଏମରେ ଥିବା ସମସ୍ତ ଟଙ୍କା ଲୁଟି ନେଇଛନ୍ତି। ଘଟଣାସ୍ଥଳରେ ସୋର ପୁଲିସ୍ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’