ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରମାଦେବୀ ବିଶ୍ୱବିଦ୍ୟାଳୟରୁ ଗାଏବ ହୋଇ ଯାଇଛନ୍ତି ଦୁଇ ଦୃଷ୍ଟହୀନ ଛାତ୍ରୀ । ଉଭୟଙ୍କ ପତ୍ତା ମିଳୁନି। ଏନେଇ ଉଭୟଙ୍କ ପରିବାର ପକ୍ଷରୁ ଶହିଦ ନଗର ଥାନାରେ ଅଭିଯୋଗ ହୋଇଥିବା ବେଳେ ଖୋଳତାଡ଼ ଆରମ୍ଭ କରିଛି ପୁଲିସ୍।
ଦୁଇ ଦୃଷ୍ଟିହୀନ ଛାତ୍ରୀ ରମାଦେବୀ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ର ଛାତ୍ରୀ। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ଵର ଉପକଣ୍ଠର ହୋଇଥିବା ବେଳେ ଅନ୍ୟ ଜଣେ ହଷ୍ଟେଲରେ ରୁହନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଘରୁ ପୁଲିସ୍ ଏକ ଚିଠି ଠାବ କରିବା ସହ ସେଥିରେ ବାହାରକୁ ଚାଲିଯିବା କଥା ଉଲ୍ଲେଖ ରହିଛି।
ସେହିଭଳି ହଷ୍ଟେଲରେ ରହୁଥିବା ଯୁବତୀଙ୍କ ହଷ୍ଟେଲ ରୁମ୍ ଯାଞ୍ଚ୍ ବେଳେ ସେ ଏକ ଚିପ୍ ଛାଡ଼ିକି ଯାଇଥିବା ଜଣାପଡ଼ିଛି। ଯେଉଁଥିରେ ସେ ନିଜ ଯିବା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଉଭୟ ଛାତ୍ରୀ ଏକ ସଙ୍ଗେ କୁଆଡ଼େ ପଳାଇଛନ୍ତି, ନା ଭିନ୍ନ ଭିନ୍ନ ଭାବେ ଯାଇଛନ୍ତି, ଉଭୟଙ୍କ ନିଖୋଜ ପଛରେ ଆଉ କାହାର ହାତ ଅଛି କି, ଏହି ସବୁ ଦିଗରୁ ତଦନ୍ତ ଆରମ୍ଭ କରିଛି ପୁଲିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।