କ୍ୱାରେଣ୍ଟାଇନରେ ରହିବେ ୨ କ୍ୟାବିନେଟ ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଓ ପୁରୀରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବାକୁ ଥିବା ୨ଜଣ କ୍ୟାବିନେଟ ମନ୍ତ୍ରୀ ପଦ୍ମନାଭ ବେହେରା ଓ ନିରଞ୍ଜନ ପୂଜାରୀଙ୍କୁ କ୍ୱାରେଣ୍ଟାଇନରେ ରହିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ଜାତୀୟ ପତାକା ଉତ୍ତୋଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମଓ) ଜାରି ସୂଚନା ଅନୁସାରେ ଗଞ୍ଜାମ ଓ ପୁରୀ ଜିଲ୍ଲାର ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି […]

niranjan-pujari

Manoranjan Sial
  • Published: Friday, 14 August 2020
  • , Updated: 14 August 2020, 10:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଓ ପୁରୀରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବାକୁ ଥିବା ୨ଜଣ କ୍ୟାବିନେଟ ମନ୍ତ୍ରୀ ପଦ୍ମନାଭ ବେହେରା ଓ ନିରଞ୍ଜନ ପୂଜାରୀଙ୍କୁ କ୍ୱାରେଣ୍ଟାଇନରେ ରହିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ଜାତୀୟ ପତାକା ଉତ୍ତୋଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମଓ) ଜାରି ସୂଚନା ଅନୁସାରେ ଗଞ୍ଜାମ ଓ ପୁରୀ ଜିଲ୍ଲାର ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବାକୁ ଥିବା ନିକଟରେ ଏକ ବୈଠକରେ ଜଣେ ‘କୋଭିଡ-୧୯’ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ତେଣୁ ସେମାନଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଦୁଇ ମନ୍ତ୍ରୀ ଆସନ୍ତାକାଲି ଯଥାକ୍ରମେ ପୁରୀ ଓ ଗଞ୍ଜାମରେ ଜାତୀୟ ପତାକା ଉତ୍ତୋଳନ କରିଥାନ୍ତେ। ସେମାନଙ୍କ ପରିବର୍ତ୍ତେ ଉକ୍ତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ପତାକା ଉତ୍ତୋଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଓ ପୁରୀ ଜିଲ୍ଲାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପତାକା ଉତ୍ତୋଳନ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଥିଲା।

Related story