ଭାଲୁ ଆକ୍ରମଣରେ ଦୁଇ ଗୁରୁତର

ନୀଳଗିରି (ବିଶ୍ୱମ୍ବର ଦାଶ)/ଆନନ୍ଦପୁର (ମୁନ୍ନା ସିଂହ): ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ଭାଲୁ ଆକ୍ରମଣରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର ଜାମୁଡିହା ପଞ୍ଚାୟତ ରିଙ୍ଗପୁର ଗାଁର ଜୟରାମ ସିଂ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଘର ପାଖ ବାଡିକୁ ଶୌଚ ପାଇଁ ଯାଇଥିବା ବେଳେ ଦୁଇଟି ଭାଲୁ ଜୟରାମଙ୍କୁ ଆତର୍କିତ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ମୁହଁ, ପିଠି, ମୁଣ୍ଡ, […]

bear

bear

Rakesh Mallick
  • Published: Sunday, 16 September 2018
  • Updated: 16 September 2018, 04:52 PM IST

Sports

Latest News

ନୀଳଗିରି (ବିଶ୍ୱମ୍ବର ଦାଶ)/ଆନନ୍ଦପୁର (ମୁନ୍ନା ସିଂହ): ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ଭାଲୁ ଆକ୍ରମଣରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳର ଜାମୁଡିହା ପଞ୍ଚାୟତ ରିଙ୍ଗପୁର ଗାଁର ଜୟରାମ ସିଂ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଘର ପାଖ ବାଡିକୁ ଶୌଚ ପାଇଁ ଯାଇଥିବା ବେଳେ ଦୁଇଟି ଭାଲୁ ଜୟରାମଙ୍କୁ ଆତର୍କିତ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ମୁହଁ, ପିଠି, ମୁଣ୍ଡ, ହାତରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସେହିପରି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଧରଝରି ଗାଁରେ ଭାଲୁ ଆକ୍ରମଣରେ ରେଙ୍ଗା ହୋ ଆହତ ହୋଇଛନ୍ତି। ସେ ମଧ୍ୟ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ। ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos