ବାରିପଦା(ମାଣିକ ଲାଲ ପାଣି ): ଟିକସ ଫାଙ୍କିବା ମହଙ୍ଗା ପଡ଼ିଲା। ଏହି ଅଭିଯୋଗରେ ଦୁଇ ଟ୍ରକ୍କୁ ଜବତ କରାଯିବା ସହ ୨ କୋଟିର ଜୋରିମାନା ନିର୍ଦ୍ଦେଶ ଦିଆଯାଇଛି। ଗୁଟକା ଓ ପାନ ମସଲା ବୋଝେଇ କରି ଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ବାରିପଦାଠାରେ ୨ ଟ୍ରକ୍କୁ ମାଡ଼ି ବସିଲା ସେଣ୍ଟ୍ରାଲ ଏକ୍ସସାଇଜ ଓ ଜିଏସ୍ଟି ବିଭାଗ । ମୟୂରଭଞ୍ଜ ଜିଲ୍ଲାର ୧୮ ନଂ ଜାତୀୟ ରାଜପଥର କୁଲିଅଣା ଟୋଲ ପ୍ଲାଜା ନିକଟରେ ଦୁଇଟି ଟ୍ରକକୁ ଜବତ କରାଯାଇଛି।
ଟ୍ରକ୍ ଦୁଇଟିରେ ପ୍ରାୟ ୬ଶହରୁ ଊର୍ଦ୍ଧ୍ୱ ପେଟି ପାନ ମସଲା ଥିଲା। ସେମାନଙ୍କର କାଗଜପତ୍ର ଯାଞ୍ଚ ବେଳେ ୱେ ବିଲ ସମେତ କେନ୍ଦ୍ରୀୟ ଟିକସ ଦିଆଯାଇ ନ ଥିବା ଜଣାପଡିଥିଲା। ଏହାପରେ ଜିଏସ୍ଟି ବିଭାଗ ପକ୍ଷରୁ ଦୁଇ କୋଟି ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି।
ତେବେ ଏହି ଟ୍ରକ୍ଦ୍ୱୟ ପ୍ରକୃତରେ କେଉଁଠାରୁ ଆସି କେଉଁ ମାଲିକ ପାଖକୁ ଯାଉଥିଲା ତାର ପ୍ରକୃତ ତଦନ୍ତ ଚାଲୁଥିବା କେନ୍ଦ୍ରୀୟ ଜିଏସ୍ଟି ବିଭାଗ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।