ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଡିଭାଇଡରରେ ବାଇକ୍ ପିଟି ହୋଇ ଚାଲିଗଲା ୨ ଜୀବନ । ବାଲେଶ୍ୱର ଉପକଣ୍ଠ ବାଲିଆ ଅଞ୍ଚଳରେ ଗତକାଲି ଏଭଳି ଏକ ମର୍ମଦୁନ୍ତ ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଜଣଙ୍କ ଅବସ୍ଥା ଗୁରୁତର ଅଛି।
ଗତକାଲି ଗୋଟିଏ ବାଇକ୍ରେ ତିନି ଯୁବକ ରେମୁଣା ଗୋଲେଇ ଛକ ଅତିକ୍ରମ କରୁଥିବା ବେଳେ ଭୀମପୁରା ନିକଟରେ ଦୁର୍ଘଟଣାର ସମ୍ମୁଖିନ ହୋଇଥିଲେ । ସେଠାରେ ଥିବା ଏକ ଡିଭାଇଡରରେ ବାଇକ୍ଟି ପିଟି ହୋଇଯିବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିଲା।
ସ୍ଥାନୀୟ ଲୋକେ ସମସ୍ତ ୩ ବାଇକ୍ ଆରୋହୀଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ପରେଶ ଏବଂ ଭାଲୁ ନାମକ ଦୁଇ ଯୁବକଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଜଣେ ଗୁରୁତରଙ୍କ ଚିକିତ୍ସା ଚାଲିଛି । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିଯୋଗୁ କିଛି ସମୟ ପାଇଁ ଯାନାବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ବେଳେ ପରେ ତାହା ସ୍ୱାଭାବିକ ହୋଇଥିବା ଜଣାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Education
୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ମାସ ବଢ଼ିଲା
ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି ।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।