ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ- ଅନୁଗୁଳ ଜିଲ୍ଲା ସୀମାନ୍ତ କିଆକଟା ଛକରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୫ ଯାତ୍ରୀ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ହୀରାକୁଦରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରିବାହୀ ବସ୍ କିଆକଟା ଛକରେ ଛିଡ଼ା ହୋଇଥିବା ଏକ ଇନୋଭାକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣ ଆଖି ବୁଜିଥିବା ବେଳେ ୮ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବସ୍ରେ ଥିବା ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇ ବୌଦ୍ଧ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍ରୁ ଆହତମାନଙ୍କୁ ଉଦ୍ଧାର କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।