Accident
ଅନୁଗୋଳ (ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ମରାତିରା ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ ଏକ ଅଟୋକୁ ପିଟି ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
୨ ମୃତକ ମହିଳା ହୋଇଥିବା ବେଳେ ୩ ଗୁରୁତରଙ୍କ ମଧ୍ୟରେ ବି ଜଣେ ମହିଳା ଅଛନ୍ତି। ଅଟୋକୁ ଧକ୍କା ଦେବା ପରେ ପିଆଜ ବୋଝେଇ ଟ୍ରକ୍ଟି ମଧ୍ୟ ଓଲୋଟି ପଡ଼ିଛି।
ଅଟୋଟି ମହୀଧରପୁରରୁ ଦୁର୍ଗାପୁର ଅଭିମୁଖେ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ମୃତାହତମାନେ ଜରପଡ଼ା ଓ ଦୁର୍ଗାପୁର ଅଞ୍ଚଳର।
ମହୀଧରପୁର ଅଞ୍ଚଳରେ ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ସେମାନେ ସେଠାକୁ ଯାଇଥିଲେ। ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇ ଫେରୁଥିବା ବେଳେ ସେମାନେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।
ଅଟୋରେ ଡ୍ରାଇଭରଙ୍କୁ ମିଶାଇ ମୋଟ ୫ ଜଣ ଥିଲେ। ଅଟୋ ଚାଳକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ୩ ଆହତଙ୍କୁ ପ୍ରଥମେ ଅନୁଗୋଳଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଜରପଡ଼ା ଥାନା ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/05/671-9.jpg)