ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ବିଜ୍ଞାନ ଛାତ୍ରଛାତ୍ରୀ। ଆଜି ଦିନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଗୋଟାଏ ଯାଏ ଚାଲିବ। ସମୁଦାୟ ୧,୧୪୩ କେନ୍ଦ୍ରରେ ସାଢ଼େ ୩ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।
ସୂଚନା ଅନୁସାରେ, ରାଜ୍ୟର ୨୦୨ଟି ହବ୍ରେ ପ୍ରଶ୍ନପତ୍ର ରଖାଯାଇଛି। ଆଜି ଦିନ ସାଢ଼େ ୯ଟା ସୁଦ୍ଧା ତାହା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ୧୦ଟାରେ ତାହା ପରୀକ୍ଷାର୍ଥୀଙ୍କୁ ଦିଆଯିବ। ଏବର୍ଷ ସମସ୍ତ କେନ୍ଦ୍ରରେ ସିସିଟିଭି ଲାଗିଥିବା ବେଳେ କପି ଓ ନକଲି ପରୀକ୍ଷାର୍ଥୀ ରୋକିବାକୁ କେନ୍ଦ୍ରରେ ପିଲାଙ୍କୁ ଦୁଇ ଦୁଇ ଥର ଯାଞ୍ଚ କରାଯିବ।
ପ୍ରଥମ ଚେକିଂରେ ପିଲାଙ୍କ ପରିଚୟ ପତ୍ର ଯାଞ୍ଚ ହେବ ଏବଂ ଦ୍ୱିତୀୟ ଚେକିଂରେ କପି ଯାଞ୍ଚ କରାଯିବ। ମାଓ ଉପଦ୍ରୁତ ଅଞ୍ଚଳରେ ସୁରୁଖୁରୁରେ ପରୀକ୍ଷା କରାଇବା ପାଇଁ ସିଏଚ୍ଏସ୍ଇ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।