ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଜାଲ ବିଶ୍ୱ ବିଦ୍ୟାଳୟ ତାଲିକାରେ ରହିଛି ଓଡ଼ିଶାର ଦୁଇଟି ଶିକ୍ଷାନୁଷ୍ଠାନ । ଏହି ୨ ଶିକ୍ଷାନୁଷ୍ଠାନ ହେଲା ବାରିପଦାରେ ଥିବା ନର୍ଥ ଓଡ଼ିଶା ୟୁନିଭର୍ସିଟି ଅଫ୍ ଏଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜି ଏବଂ ରାଉରକେଲାର ନବ ଭାରତ ଶିକ୍ଷା ପରିଷଦ ୟୁଜିସି । ସାରା ଦେଶରେ ସମୁଦାୟ ୨୩ଟି ଜାଲ୍ ବିଶ୍ୱବିଦ୍ୟାଳୟର ତାଲିକା ପ୍ରକାଶ ପାଇଛି । ଏହି ତାଲିକାରେ ଓଡ଼ିଶାର ଏହି ଦୁଇଟି ଶିକ୍ଷାନୁଷ୍ଠାନର ନାମ ରହିଛି।
ଏସବୁ ଶିକ୍ଷାନୁଷ୍ଠାନରେ ନାମ ନ ଲେଖାଇବା ପାଇଁ ୟୁଜିସି ପକ୍ଷରୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ସତର୍କ କରାଇ ଦିଆଯାଇଛି । ଜାଲ୍ ବିଶ୍ୱବିଦ୍ୟାଳୟ ତାଲିକାରେ ଉତ୍ତରପ୍ରଦେଶର ସର୍ବାଧିକ ୮ଟି ଶିକ୍ଷାନୁଷ୍ଠାନ ଥିବା ବେଳେ ଦିଲ୍ଲୀର ୭ଟି କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ ପୁଡୁଚେରୀର ଗୋଟିଏ ଲେଖାଏଁ ଶିକ୍ଷାନୁଷ୍ଠାନ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।