ସମ୍ୱଲପୁର(ସଞ୍ଜୟ ଜେନା): ଆଜି ଖୋଲିଲା ହୀରାକୁଦ ଡ୍ୟାମ୍ର ୨ଟି ଗେଟ୍। ବନ୍ୟା ଜଳ ନିଷ୍କାସନ ଲାଗି ବୁର୍ଲା ପଟୁ ଗୋଟିଏ ଗେଟ୍ ଓ ହୀରାକୁଦ ପଟୁ ଆଉ ଏକ ଗେଟ୍ ଖୋଲିଛି। ତେବେ ପର୍ଯ୍ୟାୟ କ୍ରମେ ଆଉ ୧୪ଟି ଗେଟ୍ ଖୋଲିବ। ଗତକାଲି ୭ନଂ ଗେଟ୍ ଅଳ୍ପ ସମୟ ପାଇଁ ଖୋଲାଯାଇ ବନ୍ଦ କରାଯାଇଥିଲା।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢୁଛି । ଦିନ ଗୋଟାଏ ସୁଦ୍ଧା ଆଉ ୧୪ଟି ଗେଟ୍ ଖୋଲାଯିବ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି । ପୂର୍ବାହ୍ନ ୧୦ ଟା ସୁଦ୍ଧା ହୀରାକୁଦକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୫୮ ହଜାର ୩୧୮ କ୍ୟୁସେକ୍ ଜଳ ପ୍ରବେଶ କରୁଥିଲା। କିନ୍ତୁ ପ୍ରତି ସେକେଣ୍ଡରେ ୧୫ ହଜାର ୨୯୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଡ୍ୟାମର ଜଳସ୍ତରକୁ ୬୧୯-୨୦ ଫୁଟ ରଖିବା ପାଇଁ ୧୬ଟି ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।
ସୂଚନାଯୋଗ୍ୟ, ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢ଼ୁଥିବାରୁ ପୂର୍ବାହ୍ନ ୧୧ଟା ୩୦ ପରେ ଗେଟ୍ ଖୋଲିବା ଆରମ୍ଭ ହେବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ପୂର୍ବରୁ ସୂଚନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।