ବାରିପଦା(ମାଣିକଲାଲ ପାଣି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା କଳମା ଗାଁ ଛକରେ ଗତକାଲି ହଣାକଟା ହୋଇଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି।
ପୁଲିସ୍ ସୂଚନା ଅନୁଯାୟୀ, ଗତକାଲି ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଘର ପାଖ ଦୋକାନକୁ ଯାଇଥିଲେ। ଉକ୍ତ ସମୟରେ ହଳଦିପଦା ଗାଁର କିଛି ଯୁବକଙ୍କ ସହ ତାଙ୍କ ସାମ୍ନାସାମ୍ନି ହୋଇଥିଲା । ଉଭୟ ପକ୍ଷ ମଧ୍ୟରେ ବଚସା ହେବାରୁ ସେମାନେ ପରସ୍ପରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ଦୁଇ ଯୁବକ ଗୁରୁତର ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ହେଉଛନ୍ତି ବାଲେଶ୍ୱର ହଳଦିପଦା ଥାନା ଦହିପାଳ ଗାଁର ବିଶ୍ୱନାଥ ଜେନା। ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଜଣେ ବାରିପଦା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ସୂଚନା ମିଳିଛି ।