ନବରଙ୍ଗପୁର(ନବଘନ ବିଶୋଇ): ନବରଙ୍ଗପୁରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗାଡ଼ି ସାମ୍ନାକୁ ଗୋଟିଏ ଗାଈ ଚାଲି ଆସିବାରୁ ଚାଳକ ହଠାତ ବ୍ରେକ୍ ମାରିବାରୁ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।
ଆଜି ପ୍ରାୟ ସାଢ଼େ ୧୨ଟା ବେଳେ ଜେକେ ବସ୍ କୋରାପୁଟ୍ ଜିଲ୍ଲା ଜୟପୁରରୁ ଚନ୍ଦାହାଣ୍ଡି ଅଭିମୁଖେ ଆସିଥିଲା। ତେବେ ପାପଡ଼ାହାଣ୍ଡି ଥାନା ମୃଗ ବିହାର ନିକଟରେ ବସ୍ ଅଗକୁ ହଠାତ ଏକ ଗାଈ ଚାଲି ଆସିଥିଲା। ଗାଈ ଜୀବନ ବଞ୍ଚାଇବାକୁ ଯାଇ ଚାଳକ ହଠାତ୍ ବସ୍ର ବ୍ରେକ ମାରିଥିଲେ। ଫଳରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣା ସ୍ଥଳରେ ବସ୍ ଭିତରେ ଥିବା ୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ୧୫ ଜଣ ଯାତ୍ରା ଗୁରୁତର ଆହତ ହୋଇଥିଲେ।
ସ୍ଥାନୀୟ ଲୋକେ, ପୁଲିସ ଓ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପାପଡ଼ାହାଣ୍ଡି ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।