ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ତେଣ୍ଡୋଇ ନିକଟରେ ଏକ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ମୃତକମାନେ ହେଲେ ଗଣେଶ ଦାସ ଓ ତାଙ୍କ ସ୍ତ୍ରୀ ଲତା ଦାସ। ସେମାନଙ୍କ ଜ୍ୱାଇଁ ବାପି ରାଉତ ଗୁରୁତର ଭାବେ ଆହତ ହୋଇଥିବା ବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗଣେଶ ଦାସଙ୍କ ଘର ତେରିକି ଗାଁରେ। ଗତକାଲି ବାପି ତାଙ୍କ ଶାଶୂ ଓ ଶ୍ୱଶୁରଙ୍କୁ ବାଇକ୍ରେ ନାଉଗାଁ ଡାକ୍ତରଖାନାକୁ ନେଉଥିଲେ। ତେଣ୍ଡୋଇ ନିକଟରେ ବାଇକ୍ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ତିନି ଜଣଙ୍କୁ ନାଉଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଗଣେଶଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ବାପି ଓ ତାଙ୍କ ଶାଶୂଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଲତାଙ୍କର ମୃତ୍ୟୁ ଘଟିଥିଲା। ବାପି ଏବେ ସେଠାରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।
ପୁଲିସ୍ ଦୁର୍ଘଟଣାଗ୍ରସ୍ତ ବାଇକ୍କୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।