ସୋନପୁର(ରବୀନ୍ଦ୍ର ହୋତା): ମକରମେଳା ଦେଖି ଫେରୁଥିବା ବେଳେ ସାମ୍ନାସାମ୍ନି ଧକ୍କା ହେଲା ଦୁଇ ବାଇକ୍। ଏହି ଦୁର୍ଘଟଣାରେ ୨ ବାଇକ୍ ଆରୋହୀଙ୍କ ମୃତ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ଆଜି ଅପରାହ୍ନରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା-କଂଟାମାଳ ରାସ୍ତାର ଧାନଖଣ୍ଡି ଛକରେ ଏହି ଦୁର୍ଘଟଣା ଘଟିଛି।
ମୃତକମାନେ ହେଲେ ସୋନପୁର କଣ୍ଟାମାଳ ଥାନା ସୁଲିଆ ଗାଁ’ର ନବୀନ ଦନ୍ତା(୨୮) ଓ କଣ୍ଟାମାଳର ସୌମ୍ୟ ରଞ୍ଜନ ପାଣିଗ୍ରାହୀ(୧୪)। ଗୁରୁତରଙ୍କ ପରିଚୟ ମିଳିପାରିନି। ତେବେ ସେମାନଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ସୂଚନା ମୁତାବକ, ୨ ବାଇକ୍ରେ ୪ ଜଣକ ଭିନ୍ନ ରାସ୍ତାରେ କଣ୍ଟାମାଳ ପଲସଗାରାରୁ ମକରଯାତ୍ରା ଦେଖି ଫେରୁଥିଲେ। ଭାରସାମ୍ୟ ହରାଇ ଧାନଖଣ୍ଡି ଛକ କଲଭଟ ଠାରେ ଦୁଇ ବାଇକ ସାମ୍ନାସାମ୍ନି ଧକ୍କା ହୋଇଥିଲା।
କଣ୍ଟାମାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିଗୁଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।