ଟିଟିଲାଗଡ଼(ମାନସ ମହାନ୍ତି): ଟିଟିଲାଗଡ଼ ଗୁଲୁମି ଜଙ୍ଗଲରେ ଥିବା ଚୋରା ରତ୍ନପଥର ଖଣିରେ ଆଜି ଅଘଟଣ ଘଟିଛି। ରତ୍ନ ପଥର ଆଣିବା ପାଇଁ କୂଆ ଭିତରେ ପଶିବା ବେଳେ ମାଟି ଅତଡ଼ା ଖସିଥିଲା। ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ।
ଟିଟିଲାଗଡ଼ ଗୁଲୁମି ଜଙ୍ଗଲରେ ରହିଛି ଚୋରା ରତ୍ନ ପଥର କୂଅ। ଦୀର୍ଘ ଦିନ ଧରି ଏଠାରୁ ରତ୍ନ ପଥର ଚୋରା ଚାଲାଣ ହେଉଥିଲା। ସ୍ଥାନୀୟ ଲୋକେ ରତ୍ନ ପଥର ଉତ୍ତୋଳନ କରି ସ୍ଥାନୀୟ ମାର୍କେଟରେ ବିକ୍ରି କରୁଥିବାର ନଜିର ରହିଛି। ଆଜି କିଛି ସ୍ଥାନୀୟ ଲୋକ ସେହି କୂଆ ଭିତରେ ପଶିଥିଲେ। ୪୦ରୁ ୫୦ ଫିଟ୍ ଗଲା ପରେ କୂଅ ଭିତରେ ହଠାତ୍ ମାଟି ଅତଡା ଖସିଥିଲା। ଫଳରେ ଦୁଇ ଜଣ ମାଟି ଅତଡ଼ା ଭିତରେ ଫସି ଯାଇଥିଲେ। ଅନ୍ୟମାନେ ସେମାନଙ୍କୁ ମାଟି ଭିତରୁ ଉଦ୍ଧାର କରିଥିଲେ। ମାତ୍ର ସେତେବେଳକୁ ସେମାନଙ୍କ ମୃତ୍ୟୁ ଥିବା ଜଣାପଡ଼ିଛି। ସେମାନେ ହେଲେ ନବୀନ ଜାନୀ ଓ ଉଜ୍ଜ୍ୱଳ ଭୋଇ। ତେବେ ଅନ୍ୟମାନେ ସେଠାରୁ ଚମ୍ପଟ ମାରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
Crime
ବୁର୍ଲା ଭୀମସାରରୁ ପୁଣି ନବଜାତ ଶିଶୁ ଚୋରି
ଅଜଣା ମହିଳା ଶିଶୁକୁ ଧରି ଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଛି କଏଦ। ଫୁଟେଜ୍ ଆଧାରରେ ମହିଳାଙ୍କୁ ଖୋଜୁଛି ପୁଲିସ।
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।