ଚାଷୀଙ୍କୁ ଫସଲ ବୀମା: ଅର୍ଥ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟିଲେ ଓଡିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଓଡ଼ିଶାର ଚାଷୀମାନଙ୍କ ବକେୟା ରାଶି ପ୍ରଦାନକୁ ତ୍ୱରାନ୍ୱିତ କରିବା ପାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କେନ୍ଦ୍ର ଅର୍ଥ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ବୈଠକରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣର ବରିଷ୍ଠ ଅଧିକାରୀ, ଫାଇନାନ୍ସିଆଲ୍ ସର୍ଭିସେସ୍‌ ବିଭାଗର ଅଧିକାରୀ ତଥା ବିଭିନ୍ନ ବୀମା କମ୍ପାନୀର ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ। ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ […]

3

Rakesh Mallick
  • Published: Monday, 30 July 2018
  • , Updated: 30 July 2018, 11:33 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଓଡ଼ିଶାର ଚାଷୀମାନଙ୍କ ବକେୟା ରାଶି ପ୍ରଦାନକୁ ତ୍ୱରାନ୍ୱିତ କରିବା ପାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କେନ୍ଦ୍ର ଅର୍ଥ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ବୈଠକରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣର ବରିଷ୍ଠ ଅଧିକାରୀ, ଫାଇନାନ୍ସିଆଲ୍ ସର୍ଭିସେସ୍‌ ବିଭାଗର ଅଧିକାରୀ ତଥା ବିଭିନ୍ନ ବୀମା କମ୍ପାନୀର ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ।

ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମ୍ୱାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶାର ଚାଷୀମାନଙ୍କୁ କିଛି ବୀମା ରାଶି ମିଳିବା ପ୍ରକ୍ରିୟା ଦୁଇ ତିନି ଦିନ ମଧ୍ୟରେ ଆରମ୍ଭ ହୋଇ ଯିବ। ଯେଉଁ ବୀମା ରାଶିକୁ ନେଇ ବିବାଦ ରହିଛି, ତାହାର ଶୀଘ୍ର ସମାଧାନ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଆଗାମୀ ୨୫ ଦିନ ମଧ୍ୟରେ ଏହି ରାଶି ମିଳିବ ବୋଲି ସେ କହିଛନ୍ତି।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ନିୟମ ଅନୁସାରେ ରାଜ୍ୟ ସରକାର ଟେଣ୍ଡର୍‌ କରି ବିଭିନ୍ନ ଇନସ୍ୟୁରାନ୍ସ କମ୍ପାନୀକୁ ଏହି କାମ ଦେଇଥାନ୍ତି। ଦୁଇଟି ରାଷ୍ଟ୍ରାୟତ୍ତ କମ୍ପାନୀ ଓ ଦୁଇଟି ଘରୋଇ କମ୍ପାନୀକୁ କାମ ଦିଆ ଯାଇଥିଲା। କେନ୍ଦ୍ର ଓ ରାଜ୍ୟ ସରକାର ତାଙ୍କର ପ୍ରିମିୟମ ଦେଇଥିଲେ। ମାତ୍ର ଫସଲ କଟା ପରେ କିଛି ସମନ୍ୱୟ ଅଭାବରୁ ଚାଷୀମାନଙ୍କୁ ଫସଲ ବୀମା ମିଳିପାରି ନାହିଁ। ଚାଷୀ ଓ କୃଷକ ସଂଗଠନର କର୍ମକର୍ତ୍ତାମାନେ ଏ ସମ୍ପର୍କରେ ତାଙ୍କୁ ଅନୁରୋଧ କରିଥିଲେ।

 

Related story