ଗାଧୋଉଥିବା ବେଳେ ବୁଡ଼ିଗଲେ ଦୁଇ ସାଙ୍ଗ

ଢେଙ୍କାନାଳ (ଓଡ଼ିଶା ରିପୋର୍ଟର): ଢେଙ୍କାନାଳରେ ଘଟିଛି ବଡ଼ ଅଘଟଣ। ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ ନାବାଳିକା। ଗଁନ୍ଦିଆ ଥାନା ଅନ୍ତର୍ଗତ କରମୁଳ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା। ଗାଁର ଗୋଡ଼ିପୋଖରୀକୁ ଗାଧୋଇବାକୁ ଯାଇଥିଲେ ଦୁଇ ସାଙ୍ଗ ଅନିତା ମଲ୍ଲିକ ଓ ଅଙ୍କିତା ମଲ୍ଲିକ। ଉଭୟଙ୍କ ବୟସ ୧୦ ବର୍ଷ। ଗାଧୋଉଥିବା ବେଳେ ହଠାତ ଗୋଡ଼ ଖସିଯିବାରୁ ଦୁହେଁ ଗଭୀର ପାଣି ଭିତରେ ବୁଡିଯାଇଥିଲେ। ପରେ ଗ୍ରାମବାସୀ ଓ ଅଗ୍ନିଶମ ବିଭାଗ ଦ୍ୱାରା ଦୁଇ ଜଣଙ୍କୁ […]

dkl

Ranjit Kumar Jena
  • Published: Thursday, 05 November 2020
  • , Updated: 05 November 2020, 01:46 PM IST

ଢେଙ୍କାନାଳ (ଓଡ଼ିଶା ରିପୋର୍ଟର): ଢେଙ୍କାନାଳରେ ଘଟିଛି ବଡ଼ ଅଘଟଣ। ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ ନାବାଳିକା। ଗଁନ୍ଦିଆ ଥାନା ଅନ୍ତର୍ଗତ କରମୁଳ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା। ଗାଁର ଗୋଡ଼ିପୋଖରୀକୁ ଗାଧୋଇବାକୁ ଯାଇଥିଲେ ଦୁଇ ସାଙ୍ଗ ଅନିତା ମଲ୍ଲିକ ଓ ଅଙ୍କିତା ମଲ୍ଲିକ।

ଉଭୟଙ୍କ ବୟସ ୧୦ ବର୍ଷ। ଗାଧୋଉଥିବା ବେଳେ ହଠାତ ଗୋଡ଼ ଖସିଯିବାରୁ ଦୁହେଁ ଗଭୀର ପାଣି ଭିତରେ ବୁଡିଯାଇଥିଲେ। ପରେ ଗ୍ରାମବାସୀ ଓ ଅଗ୍ନିଶମ ବିଭାଗ ଦ୍ୱାରା ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିଲା।

ଗୁରୁତର ଅବସ୍ଥାରେ ଜଣଙ୍କୁ ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁ ଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ଅନ୍ୟଜଣେ ନାବାଳିକା ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Related story