ଆଉ ଦୁଇ ବିଧାୟକ କରୋନାରେ ଆକ୍ରାନ୍ତ, ପଢ଼ନ୍ତୁ ପୂରା ରିପୋର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଜଣେ ପରେ ଜଣେ ରାଜନେତାଙ୍କୁ ନିଜ ପଞ୍ଝାରେ ଆୟତ୍ତ କରୁଛି କରୋନା। ଆଜି ଏକାଥରେ ଦୁଇ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଜଣାପଡ଼ିବା ପରେ ସେ ଭୁବନେଶ୍ୱରସ୍ଥିତ ନିଜ ଘରେ ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ସେହିପରି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନାରେ ଆକ୍ରାନ୍ତ ହୋଇଛନ୍ତି। […]

2-more-MLAs-test-positive-in-Odisha

Manoranjan Sial
  • Published: Saturday, 05 September 2020
  • , Updated: 05 September 2020, 10:00 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଜଣେ ପରେ ଜଣେ ରାଜନେତାଙ୍କୁ ନିଜ ପଞ୍ଝାରେ ଆୟତ୍ତ କରୁଛି କରୋନା। ଆଜି ଏକାଥରେ ଦୁଇ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଜଣାପଡ଼ିବା ପରେ ସେ ଭୁବନେଶ୍ୱରସ୍ଥିତ ନିଜ ଘରେ ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ସେହିପରି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ କରୋନା ଟେଷ୍ଟ କରାଇବାକୁ ଅପିଲ୍‌ କରିଛନ୍ତି ବିଧାୟକ।

ରାଜ୍ୟରେ ପ୍ରଥମ ବିଧାୟକ ଭାବେ ବାଲେଶ୍ୱର ଜିଲ୍ଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ। ପରେ ଜଣେ ପରେ ଜଣେ ନେତା କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଆସନ୍ତୁ ଜାଣିବା ଏପର୍ଯ୍ୟନ୍ତ କେଉଁ ବିଧାୟକ ଓ ସାଂସଦ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବରଗଡ଼ ସାଂସଦ ସୁରେଶ ପୂଜାରୀ, ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ, ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂହ, କୃଷି ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଅରୁଣ ସାହୁ, ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ୍, ନୀଳଗିରି ବିଜେଇ ବିଧାୟକ ସୁକାନ୍ତ ନାୟକ, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ବରୀ ବିଧାୟିକା ସୁନନ୍ଦା ଦାସ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ବଡମ୍ୱା-ନରସିଂହପୁର ବିଧାୟକ ଦେବୀ ପ୍ରସାଦ ମିଶ୍ର, ପଟାଙ୍ଗି ବିଧାୟକ ପିତମ ପାଢ଼ୀ, ମଧ୍ୟ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ ରାଉତ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା, ଓଡ଼ିଶା ସରକାର ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଓ ଜଗତ ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ପ୍ରମୁଖ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ଭିତରୁ କେତେଜଣ ଆରୋଗ୍ୟ ହୋଇ ଘରକୁ ଫେରିଥିବା ବେଳେ ଆଉ କିଛି ହୋମ୍‌ କ୍ୱାରେଣ୍ଟାଇନ୍‌ ଓ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Related story