୩୧ରେ ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):   ଅର୍ଥାତ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ । ୩୧ ତାରିଖ ସଂଧ୍ୟା ୬ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ଉକ୍ତ ୨ ବିଭାଗରେ ମୋଟ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ସେଥିମଧ୍ୟରୁ ବିଜ୍ଞାନରେ ୯୫ ହଜାର ଓ ବାଣିଜ୍ୟରେ ୨୫ ହଜାର ଛାତ୍ରଛାତ୍ରୀ  ଅଛନ୍ତି। […]

Result

Niharika Rout
  • Published: Thursday, 29 July 2021
  • , Updated: 29 July 2021, 02:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):   ଅର୍ଥାତ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ । ୩୧ ତାରିଖ ସଂଧ୍ୟା ୬ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ଉକ୍ତ ୨ ବିଭାଗରେ ମୋଟ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ସେଥିମଧ୍ୟରୁ ବିଜ୍ଞାନରେ ୯୫ ହଜାର ଓ ବାଣିଜ୍ୟରେ ୨୫ ହଜାର ଛାତ୍ରଛାତ୍ରୀ  ଅଛନ୍ତି।

ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି । ତେଣୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଏ ବର୍ଷ ରାଜ୍ୟର ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ।

ତେବେ କଳା ଓ  ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ କିଛି ଦିନ ପରେ ପ୍ରକାଶ କରାଯିବ । ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାକୁ ଅଧିକ ସମୟ ଲାଗୁଛି। ତେଣୁ କଳା ଓ  ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରିବା ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟରେ ସ୍ୱତନ୍ତ୍ର ପିଟିସନ ଦାୟର କରାଯାଇଛି । ହେଲେ ଏଥିନିମନ୍ତେ ଜୋରସୋର ପ୍ରକ୍ରିୟା ଚାଲୁ ରହିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।

Related story