ଅନୁଗୁଳ(ବିରଜା ପ୍ରସାଦ ନାୟକ): ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ବଡତ୍ରିବିଡା ଗାଁରେ ବାରହା ଆକ୍ରମଣରେ ଦୁଇଜଣ ଗୁରୁତର ହୋଇଛନ୍ତି। ଗୁରୁତରଦ୍ୱୟ ହେଲେ ବଡ଼ତ୍ରିବିଡା ଗାଁର ମହାର୍ଗା ରାଉଳ ଓ କାତୁ ରାଉଳ । ସେମାନଙ୍କୁ କଣିହାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ମହାର୍ଗା ଓ କାତୁ ନିଜ ଘର ପଛ ପାଖ ବାଡ଼ିରେ କାମ କରୁଥିବା ବେଳେ ଜଙ୍ଗଲୀ ବାରହା ସେମାନଙ୍କୁ ଆକ୍ରମଣ କରିଥିଲା ।ବାରାହା ଆକ୍ରମଣରେ ଦୁଇଜଣଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ବାରମ୍ବାର ଏହି ଅଞ୍ଚଳରେ ବନ୍ୟଜନ୍ତୁ ଲୋକମାନଙ୍କୁ ଆକ୍ରମଣ କରୁଥିବା ବେଳେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖଳାରୁ ଧାନ ଚୋରି କରୁଥିଲେ; ମାଡ଼ି ବସିଲେ ଗ୍ରାମବାସୀ
କିଛି ଦିନ ହେବ ସ୍ଥାନୀୟ ଅଞ୍ଚଳରେ ଚୋରମାନେ ଉତ୍ପାତ ଚଳାଇଥିବା ବେଳେ ମିନିଟ୍ରକରେ ବୋହି ଧାନ ନେଇଯାଉଥିବା ଅଭିଯୋଗ ଆସିଥିଲା।
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।