ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ତୁସୁରା ଥାନା ତେଲ ନଦୀ ବ୍ରିଜ୍ ଉପରେ ଆଜି ଏକ ଅଘଟଣ ଘଟିଯାଇଛି। ୨ ଭଉଣୀ ନଦୀକୁ ଡେଇଁ ପଡ଼ିଥିବା ସୂଚନା ମିଳିଛି। ବ୍ରିଜ ଉପରେ ଗୋଟିଏ ସ୍କୁଟି ଓ ୨ ହଳ ଚପଲ ଥୁଆ ହୋଇଥିବା ବେଳେ ସେମାନଙ୍କ ପତ୍ତା ମିଳିପାରିନି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବାମୁତାବକ, ଆଜି ମଧ୍ୟାହ୍ନ ସମୟରେ ୨ ଯୁବତୀ ଏକ ସ୍କୁଟିରେ ଆସି ବ୍ରିଜ ଉପରେ ପହଞ୍ଚିଥିଲେ। ଏହାପରେ ଚପଲ ରଖି ୨ ଜଣ ନଦୀକୁ ଡେଇଁ ପଡ଼ିଥିଲେ।ଖବର ପାଇ ଗୁଡଭେଲା ପୁଲିସ୍, ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚାଲୁ ରଖିଥିବା ବେଳେ ସେମାନଙ୍କ ପତ୍ତା ମିଳି ପାରିନାହିଁ।
ଅପରପକ୍ଷେ ଡେଇଁ ପଡ଼ିଥିବା ଯୁବତୀଙ୍କ ସମ୍ପର୍କୀୟ ସେଠାରେ ପହଞ୍ଚି ସେମାନେ ୨ ଭଉଣୀ ଓ ସେମାନଙ୍କ ଘର ଗୁଡ଼ଭେଲା ଅଞ୍ଚଳରେ ବୋଲି ସୂଚନା ଦେଇଛନ୍ତି। ଉଭୟଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ ବୋଲି ଜଣାପଡ଼ିଛି।
ତେବେ କ’ଣ ପାଇଁ ୨ ଭଉଣୀ ଏପରି ଚରମ ପଦକ୍ଷେପ ନେଲେ ସେ ସମ୍ପର୍କରେ କିଛି ଜଣାପଡ଼ିନି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।