ମନ୍ତ୍ରୀଙ୍କ ଆଗରେ ମାରପିଟ୍; ୨ ଛାତ୍ର ଆହତ
ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ରେ ଥିବା କମର୍ଦ୍ଦା ସୁରେନ୍ଦ୍ରନାଥ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ନୂତନ କୋଠା ଉଦ୍ଘାଟନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି।
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ଅନୁଦାନରେ ନିର୍ମିତ ହୋଇଥିବା ଏହି କୋଠାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ଆଜି ଉଦ୍ଘାଟନ କରିବାକୁ ଆସିଥିଲେ। ଏହାକୁ ଏକ ଛାତ୍ର ଗୋଷ୍ଠୀ ବିରୋଧ କରିଥିଲା। ଫଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।