ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ୱର ଜାତୀୟ ରାଜପଥର ଗୁଦୁଗୁଦା ଛକ ନିକଟରେ ଏକ ପରିବା ବୋଝେଇ ଟ୍ରକ୍ ଓ ଥଣ୍ଡା ପାନୀୟ ବୋଝେଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଉତ୍ତମ ସାହୁ ଓ କୁନା ମାଣିକ। ଉତ୍ତମଙ୍କ ଘର ବୌଦ୍ଧ ଜିଲ୍ଲା ଚାରିଛକରେ ଏବଂ କୁନାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ପିଚୁକୁଳିରେ। ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି।
ସୂଚନାଅନୁସାରେ, ଏକ ଟ୍ରକ୍ ବରଗଡ଼ରୁ ପରିବା ନେଇ ଆସୁଥିବା ବେଳେ ବିପରୀତ ଦିଗରୁ ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକ୍ ଦ୍ରୁତ ଗତିରେ ଆସୁଥିଲା। ଗୁଦୁଗୁଦା ଛକ ନିକଟରେ ଉଭୟ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ଦୁଇ ଟ୍ରକ୍ର ହେଲପର୍ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।
ସ୍ଥାନୀୟ ଲୋକେ ଆହତ ହେଲ୍ପରଦ୍ୱୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଖବର ପାଇ ମନମୁଣ୍ଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।