ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଚକା ଫାଟି ଯିବାରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଟାଟା ଏସିଇ। ୨୦ରୁ ଅଧିକ ଶ୍ରମିକ ଆହତ ହୋଇଛନ୍ତି। ସେଥିରୁ ୮ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲାରେ ଘଟିଛି। ସେମାନଙ୍କ ଭିତରେ ଅଧିକାଂଶ ମହିଳା ଥିବା ଜଣାପଡ଼ିଛି।
ଘରର ଛାତ କାମ ସାରି ଶ୍ରମିକମାନେ ନୂଆପେଣ୍ଠରୁ ଖାରିଆଗୁଡାକୁ ଟାଟା ଏସିଇରେ ଫେରୁଥିଲେ। ତେବେ ଜରଡ଼ା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ତାଳପଡା ଠାକୁରାଣୀ ମନ୍ଦିର ନିକଟରେ ଗାଡ଼ିର ଚକା ଫାଟି ଯାଇଥିଲା। ଫଳରେ ଟାଟା ଏସିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଗାଡ଼ିରେ ଥିବା ୨୦ରୁ ଅଧିକ ଶ୍ରମିକ ଆହତ ହୋଇଥିଲେ।
ସ୍ଥାନୀୟ ଲୋକେ ଆହତ ଶ୍ରମିକଙ୍କୁ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ଭିତରୁ ୮ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲ୍କୁ ସ୍ଥାନାନ୍ତରିତ କରାଯାଇଛି। ଜରଡ଼ା ଥାନା ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।