ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଚୌକି ସ୍ଥିତ ୟୁକୋ ବ୍ୟାଙ୍କ ଶାଖାରୁ ଆଜି ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ବନ୍ଧୁକ ମୁନରେ ବ୍ୟାଙ୍କରୁ ପ୍ରାୟ ୨୦ ଲକ୍ଷ ଲୁଟିନେଲେ ୬ ଜଣ ଦୁର୍ବୃତ୍ତ।
ସୂଚନାଯୋଗ୍ୟ, ଆଜି ଅପରାହ୍ନ ପ୍ରାୟ ୨ଟା ସମୟରେ ୬ ଜଣ ଯୁବକ ବ୍ୟାଙ୍କ ମଧ୍ୟକୁ ଗ୍ରାହକ ସାଜି ପଶିଥିଲେ। ଏହାପରେ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ୨୦ ଲକ୍ଷ ଟଙ୍କା ଲୁଟି ନେଲେ। ଏହାପରେ ଆଖି ପିଛୁଳାକେ ୨ଟି ବାଇକରେ ଚମ୍ପଟ୍ ମାରିଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଥିଲେ ବି ଲୁଟ୍ ସର୍ମ୍ପରେ କିଛି ସୁରାକ ପାଇପାରି ନାହିଁ।
ସୂଚନାଯୋଗ୍ୟ, ଭୋଗରାଇରୁ ୫ କିମି, ଦୂରରେ ପଶ୍ଚିମବଙ୍ଗ ବର୍ଡର ଥିବାରୁ ଲୁଟେରାମାନେ ଖସି ସୀମା ଅତିକ୍ରମ କରିଦେଇଥିବା ଅନୁମାନ କରାଯାଉଛି। ଏହା ପଛରେ ଆନ୍ତରାଜ୍ୟ ରାକେଟ ଥିବା ଅନୁମାନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।