କଟକ (ଓଡ଼ିଶା ରିପୋର୍ଟର): ଜୁଲାଇ ୪ ତାରିଖରେ ପଡ଼ୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ଏଥିପାଇଁ ଶ୍ରୀକ୍ଷେତ୍ରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଗମନାଗମନକୁ ଦୃଷ୍ଟିରେ ରଖି ପୁରୀକୁ ଅଧିକ ୨୦୦ ବସ୍ ଚଳାଚଳ କରିବା ପାଇଁ ବ୍ୟବସ୍ଥା କରାଯାଉଛି। ଆଜି କେନ୍ଦ୍ରାଞ୍ଚଳ ଆର୍ଡିସି ଅନୀଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ପୁରୀ ଏସ୍ପି ଓ ଦ୍ୱୈତନଗରୀ (କଟକ, ଭୁବନେଶ୍ୱର)ର ଘରୋଇ ବସ୍ ମାଲିକ ସଂଘର କର୍ମକର୍ତ୍ତା ଯୋଗଦେଇଥିଲେ।
ବୈଠକରେ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା। ତେବେ ସମସ୍ତ ବସ୍ ଗୁଡ଼ିକ ପରସ୍ପର ଭିତରେ ସମନ୍ୱୟ ରକ୍ଷା କରିବା ଉପରେ ବେଶୀ ଗୁରୁତ୍ୱ ଦିଆଯାଇଥିଲା। ଘୋଷଯାତ୍ରା ବେଳେ ନିର୍ଦ୍ଧାରିତ ବସ୍ ଭଡ଼ାଠାରୁ ଅଧିକ ଭଡ଼ା ଆଦାୟ କଲେ ଦଣ୍ଡିତ କରାଯିବ ବୋଲି ଆର୍ଡିସି କହିଛନ୍ତି।
ତାଳବଣିଆଠାରୁ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଇ-ରିକ୍ସାର ବ୍ୟବସ୍ଥା କରାଯାଇଛି। ଏନେଇ ରାଜ୍ୟ ଘରୋଇବସ୍ ମାଲିକ ସଂଘ ସମ୍ପାଦକ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।